Breaking

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

0

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କଳାହାଣ୍ଡି, ଜଗତ୍‌ସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ ଏବଂ ରାୟଗଡ଼ାରେ ଘଡ଼ଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି। ଏଥିସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ଯୋଗୁ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୪ ଓ ୫ ତାରିଖରେ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୬ ତାରିଖ ଯାଏ ବର୍ଷା ଲାଗିରହିବ। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ ତାରିଖରୁ ୬ ତାରିଖ ଯାଏ ସମୁଦ୍ରକୁ ନ ଯିବାଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଜିଲାରେ ଥିବା ନଦୀଗୁଡ଼ିକ ଫୁଲିବା ସମ୍ଭାବନା ରହିଛି।

loading...

Leave A Reply

Your email address will not be published.