Breaking

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ଗୁରୁତର

0

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି । ଗତ ୪୮ ଘଣ୍ଟା ଧରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ରହିଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୯ ସପ୍ତାହ ଧରି ଏମ୍ସରେ ଚିକିତ୍ସିତ ହେଉଥିବା ବାଜପେୟୀଙ୍କ ଅବସ୍ଥା ନେଇ ଏମ୍ସ ପକ୍ଷରୁ ଜାରି ହୋଇଥିବା ହେଲଥ ବୁଲେଟିନରେ କୁହାଯାଇଛି ଯେ, ବାଜପାୟୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ।ବାଜପେୟୀଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅବଗତ କରିଛନ୍ତି ।

loading...

Leave A Reply

Your email address will not be published.