Breaking

ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି

0

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ:

ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। କରୋନା ମହାମାରୀ ପ୍ରକୋପ ସମ୍ପୂର୍ଣ୍ଣ ଭାବେ ପ୍ରଶମିତ ହୋଇନଥିବା ଓ ସାଧାରଣ ପରିବହନ ବ୍ୟବସ୍ଥା ସ୍ଵାଭାବିକ ଅବସ୍ଥାକୁ ଫେରିନଥିବା ବେଳେ ଭାରତ ବନ୍ଦ ଡାକରା ଯୋଗୁଁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକୁ ବନ୍ଦ ରଖିବା ନିମନ୍ତେ ସରକାରଙ୍କ ଦ୍ଵାରା ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ।

loading...

Leave A Reply

Your email address will not be published.