Breaking

ଆଜିଠୁ ପ୍ରବଳ ବର୍ଷା ! ୧୪ ଜିଲ୍ଲା ପାଇଁ ଜାରି ହେଲା ସତର୍କ ସୂଚନା

0

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି ।ଗଂଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ବୌଦ୍ଧ, ଜଗତସିଂପୁର ଏବଂ କଟକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ। ସେହିପରି କଳାହାଣ୍ଡି, ରାୟଗଡ଼ା, ଗଜପତି, ଅନୁଗୁଳ, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଏସ୍ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଅାଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବା ଲାଗି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ବିଭିନ୍ନ ନଦୀରେ କାଳେ ଜଳପତ୍ତନ ବୃଦ୍ଧି ପାଇବ, ଘାଇ ସୃଷ୍ଟି ହେବ, ସେ ନେଇ ପରିସ୍ଥିତି ଉପରେ ନଜର ରଖିବା ଲାଗି ଜଳସଂପଦ ବିଭାଗ ନିଜର ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିବା ପ୍ରମୁଖ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି। ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ଓ ଆସନ୍ତାକାଲି ବିଏମସି ତରଫରୁ ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି।

loading...

Leave A Reply

Your email address will not be published.