Breaking

ଗୀତ ଗାଇଲେ ବିଧାୟକ ସୁର ରାଉତରାୟ

0

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ:

ପ୍ରଥମ ଥର ପାଇଁ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ | ତାହା ପୁଣି ରାପ | ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନାରେ ଆଜି କଟକର ମିଲନ ଷ୍ଟଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି | ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଶ୍ରୀ ରାଉତରାୟ ଏ ଗୀତର କିଛି ରାପ ଅଂଶ ଗାଇଛନ୍ତି | ଅରମାନ ମ୍ୟୁଜିକ ପ୍ରଯୋଜିତ ଏ ଗୀତଟିକୁ ଲେଖିଛନ୍ତି ତପୁ ନାୟକ | ସୁରଙ୍କ ସହିତ ଏହି ଗୀତରେ କଣ୍ଠଦାନ କରିଛନ୍ତି ଲୋପାମୁଦ୍ରା ନାୟକ ଓ ଜ୍ୟୋତିର୍ମୟୀ | ଜନନାୟକମାନେ ଗାୟକ ଭୂମିକାରେ ଉପନୀତ ହେବା କିଛି ନୂଆ କଥା ନୁହେଁ | ଶ୍ରୀ ରାଉତରାୟଙ୍କ ପୂର୍ବରୁ ବିଧାୟକ ତାରାପ୍ରସାଦ ବାହିନୀପତି ମଧ୍ୟ ଗୀତ ଗାଇ ଚର୍ଚ୍ଚାରେ ରହିସାରିଛନ୍ତି | ଏ ଗୀତର ଶୀର୍ଷକ ‘ରଙ୍ଗବତୀ.. ‘ ରଖାଯାଇଥିଲେ ମଧ୍ୟ ପ୍ରସିଦ୍ଧ ସମ୍ବଲପୁରୀ ରଙ୍ଗବତୀ ଗୀତ ସହିତ ଏହାର କୌଣସି ସମ୍ପର୍କ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଲୋକଙ୍କ ପ୍ରିୟ ଓ ପସନ୍ଦର ସଙ୍ଗୀତ ନିର୍ଦ୍ଦେଶକ ଭାବେ ଜଣାଶୁଣା ଜାପାନୀ ଭାଇ | ବିଧାୟକ ରାଉତରାୟଙ୍କ ନିଷ୍ଠାପର ସେବା, ପରୋପକାରୀ ମନୋଭାବ ଓ ଲୋକଙ୍କ ପ୍ରତି ଥିବା ଶ୍ରଦ୍ଧା ଓ ସମ୍ମାନ ପାଇଁ ଲୋକେ ତାଙ୍କୁ ଯେପରି ଭଲପାଇବା ଦେଇ ଆସିଛନ୍ତି ଏ ଗୀତକୁ ମଧ୍ୟ ସେପରି ଭଲପାଇବା ଦେବେ ବୋଲି ଆଶା |

loading...

Leave A Reply

Your email address will not be published.