Breaking

ଆଜି କେମିତି କଟିବ ଆପଣଙ୍କ ଦିନ :୧୩ ଅଗଷ୍ଟ ୨୦୧୮,ଜାଣନ୍ତୁ କେଉଁ ରାଶିରେ ପ୍ରେମ ସଂପର୍କ ବୃଦ୍ଧି ହେତୁ ମନ ଖୁସି ରହିବ

0

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ପ୍ରଗତି ପଥରେ ଅଗ୍ରସର ହେବେ। ବିରୋଧୀ କ୍ଷତି ପହଞ୍ଚାଇବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ପ୍ରିୟବନ୍ଧୁଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ବୃଷ: ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରଣକୌଶଳ ପ୍ରସ୍ତୁତ କରିବେ। ମନର କଥା ମନରେ ରଖନ୍ତୁ; ବିଜୟୀ ହେବେ। ଅଫିସରେ ଆଜି କାମର ଚାପ କମ୍‌ ରହିବ। ଫୁଟ୍‌ବଲ ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଶଂସାଭାଜନ ହେବେ। ଶୁଭରଙ୍ଗ: ଲାଲ। ଆରାଧନା: ପ୍ରଭୁ ହନୁମାନ।

ମିଥୁନ: ରାଜନୀତିରେ ଅଧିକ ସମୟ ଚିନ୍ତିତ ରହିବେ। କୌଣସି ଗୁରୁତ୍ଵପୂର୍ଣ୍ଣ କାଗଜପତ୍ରକୁ ନେଇ କାମ ଅଧାରେ ଅଟକିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସୁରେଶ୍ୱରୀ।

କର୍କଟ: ଆପଣ ନିଜର ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ। ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ସାହିତ୍ୟ ଆଦିରେ ରୁଚି ରହିବ। ପ୍ରେମ ସଂପର୍କ ବୃଦ୍ଧି ହେତୁ ମନ ଖୁସି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ସିଂହ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ବିରୋଧୀଙ୍କୁ ପରାସ୍ତ କରିବେ। ଅଚାନକ ଧନପ୍ରାପ୍ତି ହେବ। କୌଣସି ନୂଆ ବ୍ୟକ୍ତିଙ୍କ ସହିତ ବନ୍ଧୁତା କରିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

କନ୍ୟା: ଭାଗ୍ୟର ତାରକା ଉଜ୍ଜ୍ଵଳ ରହିବ। ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ। ବେପାର ବୃତ୍ତିରେ ଠିକ ସମୟରେ ସଠିକ ନିର୍ଣ୍ଣୟ ନେବେ। ପରିବାରରେ କୌଣସି ବଡ଼ ଖୁସି ଆସିପାରେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଦିମାକରେ ଲାଗି ରହିଥିବା ନକରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ। ଲୁହା, ସିମେଣ୍ଟ ବ୍ୟବସାୟୀଙ୍କର ଉନ୍ନତି ହେବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିିଁ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

ବିଛା: ଯେଉଁ କାମରେ ଯିବେ ସଫଳତା ପାଇବେ। ଅଚାନକ ଧନଲାଭ ହେବ। ସନ୍ତାନଙ୍କ ଦାୟିତ୍ଵ ପୂରା କରିବେ। ପରିବାରରେ ଖୁସିର ବାତାବରଣ ରହିବ। ସେୟାର କିଣିବେ ବା ନୂତନ କାରବାରରେ ନିବେଶ ପାଇଁ ବିଚାର କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ଆପଣଙ୍କର ଧ୍ୟାନ ପରିବାର ଓ ପଇସା ଦିଗକୁ ରହିବ। ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହୋଇଯିବ। ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମକର: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ନିଃସ୍ୱାର୍ଥ ସମାଜ ସେବାରୁ ପ୍ରତିଷ୍ଠା ପାଇବେ। ବନ୍ଧୁଙ୍କ ସହିତ ଲାଗିରହିଥିବା ମତଭେଦ ଦୂର ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ମହାମୃତ୍ୟୁଞ୍ଜୟଶ୍ୱର।

କୁମ୍ଭ: ଆତ୍ମସମୀକ୍ଷାରେ ସମୟ ବିତିବ। ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ। ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯିବେ। ଅଫିସରେ କୌଣସି କଥାକୁ ନେଇ କର୍ତ୍ତୃପକ୍ଷଙ୍କ ସହିତ ମତଭେଦ ହୋଇପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ମୀନ: ଆଜି ଆପଣ ସୁସ୍ଥ ରହିବା ସହ ଆତ୍ମବିଶ୍ୱାସ ଅତୁଟ ରହିବ। ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ। ସଙ୍ଗୀତ କଳା କ୍ଷେତ୍ରରେ ସଫଳତା ପାଇବେ। ବାହନ କିଣିବା ଯୋଗ ରହିଛି। ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

loading...

Leave A Reply

Your email address will not be published.