Breaking

ଆଜି କେମିତି କଟିବ ଆପଣଙ୍କ ଦିନ :୧୯ ଅଗଷ୍ଟ ୨୦୧୮,ଜାଣନ୍ତୁ କେଉଁ ରାଶିରେ ଚାକିରି ଓ ବ୍ୟବସାୟରେ ସ୍ଥିତି ଭଲ ରହିବ

0

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ମହତ୍ତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ଆଇନ ଛାତ୍ରଙ୍କୁ ଚାକିରିର ସୁଯୋଗ ମିଳିବ।

ବୃଷ: ଦିନଟି ଆପଣଙ୍କ ଲାଗି ବହୁତ ଭଲ ରହିବ। କ୍ୟାରିୟର ସହିତ ସଂଲଗ୍ନ ନୂଆ ସୁଯୋଗ ମିଳିପାରେ। ନେତାଙ୍କ ସହିତ ସଂପର୍କ ମଜଭୁତ ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ତାଳମେଳ ବଢ଼ିଆ ରହିବ।

ମିଥୁନ: ଦିନଟି ଆନନ୍ଦମୟ ରହିବ। ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଅଚାନକ ଧନଲାଭ ହେବ। କ୍ରିକେଟ ଖେଳାଳିମାନେ ପ୍ରଦର୍ଶନ ଭଲ କରିବେ।

କର୍କଟ: ଦିନଟି ଆପଣଙ୍କ ପାଇଁ ସୁଖ ଓ ଶାନ୍ତିମୟ ରହିବ। ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ।

ସିଂହ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ବ୍ୟବସାୟୀଙ୍କୁ ସଉଦାରୁ ଅଚାନକ ଧନଲାଭ ହେବ। ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

କନ୍ୟା: ଆର୍ଥିକ ଦୃଷ୍ଟିରୁ ଦିନଟି ବହୁତ ଭଲ ରହିବ। ବିଲ୍‌ଡରଙ୍କୁ ଅଚାନକ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଆପଣଙ୍କ ପରାମର୍ଶକୁ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ।

ତୁଳା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ପୁରୁଣା ଚିନ୍ତା ସମାପ୍ତ ହେବ। ପରିବାରର ସବୁ ଲୋକଙ୍କ ସହାୟତା ମିଳିବ। ଅଧ୍ୟାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ।

ବିଛା: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ଶତ୍ରୁ ଓ ବିରୋଧୀଙ୍କ ପ୍ରତି ସାବଧାନ ରହନ୍ତୁ। ସାମାଜିକ ସମାରୋହରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ଧନୁ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ବହୁତ ଭଲ ସୁଯୋଗ ଆପଣଙ୍କୁ ଅପେକ୍ଷା କରି ରହିଛି। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ହେବ। ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ। ନୂଆ ଘର କିଣିବା ଲାଗି ଯୋଜନା କରିବେ।

ମକର: ଚାକିରି ଓ ବ୍ୟବସାୟରେ ସ୍ଥିତି ଭଲ ରହିବ। କର୍ମଚାରୀଙ୍କୁ ଧନଲାଭ ହୋଇପାରେ। କୌଣସି ବଡ଼ ମାମଲାର ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖମୟ ହେବ। ମହିଳାମାନେ ଜିନିଷପତ୍ର କିଣିବା ଲାଗି ସହରକୁ ଯିବେ।

କୁମ୍ଭ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ପିତାଙ୍କ ଆଶୀର୍ବାଦ ଆପଣଙ୍କ ସଙ୍ଗରେ ରହିବ। ଆଜି ଆପଣଙ୍କ କାମରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ। ବ୍ୟବସାୟରେ ବଡ଼ ସଉଦା ହୋଇପାରେ। ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ।

ମୀନ: ଆପଣ ଟିକେ ବିଷାଦଗ୍ରସ୍ତ ରହିବେ। ନିଜ ଉପରେ ବିଶ୍ୱାସ ରଖନ୍ତୁ। ସକାରାତ୍ମକ ଭାବନା ଘେନି କାମ କରନ୍ତୁ। ସ୍ଥଗିତ ଥିବା କାମ ବନ୍ଧୁଙ୍କ ସାହାଯ୍ୟରେ ପୂରା ହେବ। ରାଜନୈତିକ ପରିଧି ବଢ଼ିବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ମହତ୍ତ୍ଵପୂର୍ଣ୍ଣ ରହିବ।

You May Like Here:

           ⇓ 

loading...

Leave A Reply

Your email address will not be published.