Breaking

ରାଜ୍ୟରେ ଜାନୁଆରୀ ୧୬ରୁ ଆରମ୍ଭ ହେବ କୋଭିଡ୍‌-୧୯ ଟୀକାକରଣ

0

ଓଡ଼ିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଓଡ଼ିଶାରେ କୋଭିଡ୍‌-୧୯ ଟୀକାକରଣ କାର୍ଯ୍ୟ ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ରାଜ୍ୟର ୧୬୦ଟି କେନ୍ଦ୍ର ଚିହ୍ନଟ ହୋଇଛି । ତା’ ମଧ୍ୟରୁ ଭୁବନେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମା ହସ୍‌ପିଟାଲ୍‌ ମଧ୍ୟରେ ତଥ୍ୟ ସରବରାହ ପାଇଁ ଭିଡ଼ିଓ କନ୍‌ଫରେନ୍ସିଂ ବ୍ୟବସ୍ଥା କରାଯାଇଛି ।
କୋଭିଡ୍‌-୧୯ ଟୀକାକରଣ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍‌୧୯ ଟୀକାକରଣ କାର୍ଯ୍ୟ ପାଇଁ ବିଭିନ୍ନ ଜିଲ୍ଲାରେ କେନ୍ଦ୍ର ଚିହ୍ନଟ ହୋଇଛି । ଅନୁଗୋଳ, ଦେଓଗଡ଼, ସୋନପୁର ଜିଲ୍ଲା ଏବଂ ରାଉରକେଲା ଓ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ୨ଟି ଲେଖାଏଁ, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ମାଲକାନଗିରି, ନୂଆପଡ଼ା ଜିଲ୍ଲା ଏବଂ ବ୍ରହ୍ମପୁର ଓ କଟକ ମହାନଗର ନିଗମରେ ୩ଟି ଲେଖାଏଁ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରେ ୪ଟି ଲେଖାଏଁ, ବାଲେଶ୍ୱର, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ସମ୍ବଲପୁର ଜିଲ୍ଲା ଏବଂ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫ଟି ଲେଖାଏଁ, କେନ୍ଦ୍ରାପଡ଼ା, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରତ୍ୟେକ ୬ଟି ଲେଖାଏଁ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରେ ୭ଟି ଲେଖାଏଁ, କଟକ, ଗଞ୍ଜାମ, ପୁରୀ ଆଦି ଜିଲ୍ଲାରେ ୮ଟି ଲେଖାଏଁ ଏବଂ ମୟୂରଭଞ୍ଜ ଜିଲ୍ଲାର ୧୦ଟି ସ୍ଥାନରେ ଏହି ଟୀକାକରଣ କାର୍ଯ୍ୟ ହେବ । ଏହି ପରି ୩୦ଟି ଜିଲ୍ଲା ଏବଂ ୫ଟି ମହାନଗର ନିଗମ ଅଞ୍ଚଳର ୧୬୦ଟି କେନ୍ଦ୍ରକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୋଭିଡ୍‌-୧୯ ଟୀକାକରଣ ପାଇଁ ଚିହ୍ନଟ କରାଯାଇଛି ବୋଲି ସୂଚନା ଦିଆଯାଇଛି ।

loading...

Leave A Reply

Your email address will not be published.