Breaking

୬ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା

0

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ଢ଼େଙ୍କାନାଳ, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର, ଯାଜପୁର, ଭଦ୍ରକ,ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ମାଲକାନଗିରି, କନ୍ଧମାଳ ଓ କଟକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପ୍ରକାଶ ପାଇଛି।

ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସୋନପୁର ସମେତ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ଉକ୍ତ ଜିଲ୍ଲା ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ପୁଣି ୨୮ରୁ ୨୯ ଓ ୩୦ରୁ ୩୧ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପରେ ପାଗମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଛି।

loading...

Leave A Reply

Your email address will not be published.