Breaking

ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୬୫ କିମି ବେଗରେ ପବନ ବହିବାର ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ-ପଶ୍ଚିମବଙ୍ଗ ଉପକୂଳରେ ହୋଇଥିବା ଅବପାତ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଆଜି ସକାଳ ୮ଟା ୩୦ ସୁଦ୍ଧା ୨୦.୫ ଡିଗ୍ରି ଉତ୍ତର ଅକ୍ଷାଂଶ ଏବଂ ୮୮.୦ ପୂର୍ବ ଦ୍ରାଘିମାରେ ବାଲେଶ୍ୱରର ଦକ୍ଷିଣ ପୂର୍ବ ଦିଗରେ ପ୍ରାୟ ୧୬୦ କିଲୋମିଟର ଓ ପଶ୍ଚିମବଙ୍ଗ ଦିଘାର ଦକ୍ଷିଣ ଦକ୍ଷିଣ-ପୂର୍ବ ଦିଗରେ ପ୍ରାୟ ୧୩୦ କିଲୋମିଟର ଦୂରତାରେ କେନ୍ଦ୍ରୀଭୂତ ଅଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ତୀବ୍ର ଅବପାତରେ ପରିଣତ ହେବାର ସମ୍ଭାବନ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।

ଏହାର ପ୍ରଭାବରେ ଅଗଷ୍ଟ ୬ ଓ ୭ରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା, କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଅଳ୍ପ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୪୫-୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ପବନର ବେଗ ବୃଦ୍ଧି ପାଇ ୬୫ କିଲୋମିଟରରେ ପହଂଚିବାର ମଧ୍ୟ ସମ୍ଭାବନା ରହିଛି। ଓଡ଼ିଶାର ଆଭ୍ୟନ୍ତରୀଣ ଅଂଚଳରେ ୩୫-୪୦ କିଲୋମିଟର ବେଗରେ ପବନ ବହି ଏହା ୫୦ କିଲୋମିଟର ପହଂଚିବାର ସମ୍ଭାବନା ରହିଛି।

loading...

Leave A Reply

Your email address will not be published.