ସମ୍ବଲପୁର, : ସମ୍ବଲପୁର ଲୋକସଭା କ୍ଷେତ୍ର ଅର୍ନ୍ତଗତ କୁଚିଣ୍ଡା ବିଧାନସଭା ମଣ୍ଡଳୀ ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ସ୍ଥାନୀୟ ସିନେମା ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସମ୍ୱଲପୁର ଲୋକସଭା ପ୍ରାର୍ଥୀ ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ କର୍ମକର୍ତ୍ତା ମାନଙ୍କ ଉତ୍ସାହ ବୃଦ୍ଧି କରିଥିଲେ । ପ୍ରଣବ ପ୍ରକାଶ ଦାସଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରିଥିବାରୁ କୁଚିଣ୍ଡାବାସୀଙ୍କୁ କୃତଜ୍ଞତା ଜଣାଇଥିଲେ । ବିଜୁ ଜନତା ଦଳ ଲୋକଙ୍କ ଦଳ । ନେତାଙ୍କୁ ଜନତା ଦରକାର, ଜନତା ଙ୍କୁ ନେତା ନୁହେଁ । ତେଣୁକରି ଆମେ ସମସ୍ତେ ସମାନ ବୋଲି କହି ପ୍ରଣବ ପ୍ରକାଶ କର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆଙ୍କୁ ପ୍ରାର୍ଥୀ କରିଛନ୍ତି । ଏଣୁ ସମସ୍ତ ମତଭେଦ ଦୂର କରି ସମସ୍ତେ ଏକ ହୋଇ ଦଳ ପାଇଁ କାମ କରିବା ସହିତ ଶଙ୍ଖ ଚିହ୍ନରେ ବିପୁଳ ମାତ୍ରାରେ ଭୋଟଦେଇ ବିଜୟୀ କରାଇବା ବୋଲି କହିଥିଲେ । ସମ୍ୱଲପୁର ଜିଲ୍ଲାରେ ଯେପରି ଶଙ୍ଖ ଚିହ୍ନରେ ଅଧିକରୁ ଅଧିକ ଭୋଟ ହୋଇପାରିବ ସେଥିପାଇଁ ସମସ୍ତଙ୍କୁ କାମ କରିବାକୁ ପଡିବ ବୋଲି ଆହ୍ୱାନ କରିଥିଲେ ।
ସଭା କାର୍ଯ୍ୟକ୍ରମରେ ବିଜେଡି ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଛତ୍ରିଆ, ଜିଲ୍ଲା ପରିଷଦ ଅଧ୍ୟକ୍ଷା କୁମୁଦିନୀ ନାୟକ, ଏନଏସି ଅଧ୍ୟକ୍ଷ ପ୍ରଦ୍ୟୁତ କୁମାର ମହାନ୍ତି, ସଞ୍ଜିତ ମହାନ୍ତି, ପୂର୍ବତନ ନଗର ସଭାପତି ଗଣେଶ ରାମ ଅଗ୍ରୱାଲ, ଭୀମରାଜ ପ୍ରସାଦ, ଗଗନ ଶର୍ମା, ସଞ୍ଜୟ ବେହେରା, ଲକ୍ଷ୍ମଣ ସା, ଗଣେଶ ଅଗ୍ରୱାଲ, ମିଳନ ଖୁଣ୍ଟିଆ, ତନୟା ଧୁରୁଆ, ଜିଲ୍ଲା ପରିଷଦ ସଭ୍ୟ ଜମନକିରା ସୁଜତା ଖୁଣ୍ଟିଆ, ଅଜିତ ମହାପାତ୍ର, ଭୁବନେଶ୍ୱର କିଷାନ, ମୁନୁ ମିଶ୍ର, ଅଶୋକ ପରିଡାଙ୍କ ସହିତ ବାମରା, କୁଚିଣ୍ଡା ଓ ଜମନକିରା ଅଞ୍ଚଳର ନେତୃବୃନ୍ଦ ଓ ଶତାଧିକ କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।
Breaking
This World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit OdishaCoca-Cola India Strengthens Odisha’s Retail Ecosystem Through Training and Infrastructure SupportBMPS TAKSHILA SCHOOL – AVISHKAAR