ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକ ଅଭିନେତ୍ରୀ ନିକିତାଙ୍କର ଶନିବାର କଟକଠାରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୁଣ୍ଡରେ ଆଘାତ ଲାଗିବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲ୍ରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଛନ୍ତି।ଓଡ଼ିଆ ଧାରାବାହିକ ଓ ସିନେମା ଜଗତର ଜଣେ ଜଣାଶୁଣା ଅଭିନେତ୍ରୀ ଭାବେ ପରିଚିତ ନିକିତା। ତପସ୍ୟା, ଏସିପି ନିକିତା ଭଳି ଧାରାବାହିକ ଓ ଆଖି ଖୋଲିବାକୁ ଡର ଲାଗୁଛି, ଚୋରି ଚୋରି ମନ ଚୋରି, ମାଆର ପଣତକାନି ଭଳି ସିନେମାରେ ସେ ବଳିଷ୍ଠ ଅଭିନୟ କରି ଲୋକପ୍ରିୟ ହୋଇଥିଲେ। ତେବେ ନିକିତାଙ୍କ ମୃତ୍ୟୁ ଖବର ପାଇବା ପରେ ସମଗ୍ର ଓଲିଉଡ ଜଗତରେ ଶୋକର ଛାୟା ଖେଳି ଯାଇଛି ।
Breaking
This World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit OdishaCoca-Cola India Strengthens Odisha’s Retail Ecosystem Through Training and Infrastructure SupportBMPS TAKSHILA SCHOOL – AVISHKAAR