କେନ୍ଦୁଝର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଂଜନ ପଟ୍ଟନାୟକଙ୍କ ଗାଡ଼ି ଉପରକୁ ରବିବାର ଆକ୍ରମଣ ହୋଇଥିବା ଜଣାପଡ଼ିଛି। କେନ୍ଦୁଝର ଜିଲ୍ଲାର ଘଷିପୁରା ନିର୍ବାଚନ ମଣ୍ଡଳୀ ଭଣ୍ଡାରୀପଡ଼ା ଛକରେ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଫଳରେ ପ୍ରାୟ ୧୫ ଜଣ କଂଗ୍ରେସ କର୍ମୀ ଆହତ ହୋଇଛନ୍ତି।କଂଗ୍ରେସ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟ ଆକ୍ରମଣ ହୋଇଛି। ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଥିଲେ ବି ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିନାହିଁ।ଅନ୍ୟପଟେ ଏହି ଆକ୍ରମଣ ମନ୍ତ୍ରୀ ବଦ୍ରି ପାତ୍ରଙ୍କ ପୁଅ ଦେବାଶିଷ ପାତ୍ରଙ୍କ ସମ୍ପୃକ୍ତି ରହିଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ଜିଲ୍ଲା ଉପସଭାପତି ରତିକାନ୍ତ ବରାଳ । ଏପରିକି ଦେବାଶିଷଙ୍କ ଉପସ୍ଥିତିରେ ଦୁର୍ବୁତ୍ତମାନେ ପିସିସି ସଭାପତିଙ୍କ ଗାଡ଼ି ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
Breaking
ଡ଼ ନାରାୟଣ ମହାପାତ୍ରଙ୍କୁ ସମ୍ମାନ ସୂଚକ ଗ୍ଲୋବାଲ ପିସ ହ୍ୟୁମାନ ରାଇଟସ ଆୱାର୍ଡସମସ୍ତେ ଏକାଠି ମିଶି ଇସ୍କନ ବିରୋଧରେ ସ୍ୱର ଉତ୍ତୋଳନ କରିବା ନିହାତି ଆବଶ୍ୟକThis World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit Odisha