ଭୁବନେଶ୍ୱର:ରାଜ୍ୟପାଳଙ୍କ ନିକଟରେ ସରକାର ଗଠନ କରିବାକୁ ଦାବି ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବ ନିର୍ବାଚିତ ୧୧୨ ବିଧାୟକଙ୍କ ସମର୍ଥିତ ତାଲିକା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି ନବୀନ । ବିଜେଡ଼ି ବିଧାୟକ ଦଳ ବୈଠକ ପରେ ନବୀନ ନେତାଭାବେ ନିର୍ବାଚିତ ହୋଇଛନ୍ତି । ନବୀନ ରାଜ୍ୟପାଳଙ୍କୁ ଭେଟିବାକୁ ଯିବା ପୂର୍ବରୁ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ନବୀନଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ତାଙ୍କୁ ନେତା ରୂପେ ବାଛିବା ପାଇଁ ଦଳର ଅନ୍ୟତମ ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ପ୍ରସ୍ତାବ ଦେଇଥିଲେ। ସର୍ବସମ୍ମତିକ୍ରମେ ଏହି ପ୍ରସ୍ତାବ ପାରିତ ହୋଇଥିଲା। ଏହା ପରେ ନବୀନ ସରକାର ଗଠନ କରିବା ଦାବି ନେଇ ରାଜ୍ୟପାଳଙ୍କ ନିକଟକୁ ଯାଇଥିଲେ।ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବା ନବୀନ ଆସନ୍ତା ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ନିଜ ମନ୍ତ୍ରୀମଣ୍ଡଳ ସହ ନବୀନ ପ୍ରଦର୍ଶନୀ ପଡିଆରେ ଶପଥ ନେବେ। ଅନ୍ୟ ରାଜ୍ୟର ରାଜନେତାମାନେ ବି ଏଥିରେ ଯୋଗ ଦେବେ।
Breaking
ଡ଼ ନାରାୟଣ ମହାପାତ୍ରଙ୍କୁ ସମ୍ମାନ ସୂଚକ ଗ୍ଲୋବାଲ ପିସ ହ୍ୟୁମାନ ରାଇଟସ ଆୱାର୍ଡସମସ୍ତେ ଏକାଠି ମିଶି ଇସ୍କନ ବିରୋଧରେ ସ୍ୱର ଉତ୍ତୋଳନ କରିବା ନିହାତି ଆବଶ୍ୟକThis World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit Odisha