Breaking

ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ୍‌ ଛୁଟି

0

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।ଟ୍ରେଡ ୟୁନିଅନର ବନ୍ଦ ଡାକରା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ୮ ତାରିଖ ସକାଳ ୬ଟାରୁ ୧୦ ତାରିଖ ସକାଳ ୬ଟା ଯାଏଁ ୪୮ ଘଣ୍ଟା ପାଇଁ ଏହି ଧର୍ମଘଟ ହେବ । ଏଥିରେ ଆଇଏନଟିୟୁସି, ଏଆଇଟିୟୁସି, ଏଚଏମଏସ, ସିଟୁ, ଏଆଇୟୁଟିୟୁସି ଭଳି ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ କର୍ମଚାରୀ ସଂଘ, ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ସଂଘ ସମେତ ଜାତୀୟସ୍ତରର ବିଭିନ୍ନ ସ୍ୱାଧୀନ ଶ୍ରମିକ ଓ କର୍ମଚାରୀ ସଂଗଠନ ଏଥିରେ ସାମିଲ୍ ଅଛନ୍ତି।

loading...

Leave A Reply

Your email address will not be published.