Breaking

ଉଗ୍ରବାଦୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ସାଂସଦ ଅନୁଭବ ମହାନ୍ତି

0

କଟକ:ଅଳ୍ପକେ ବଞ୍ଚିଯାଇଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । ସାଂସଦ ଅନୁଭବ କାଶ୍ମୀରର ଦୁଢପଟନୀ ଅଞ୍ଚଳକୁ ‘ପ୍ରେମ କୁମାର’ ଫିଲ୍ମର ସୁଟିଂ ପାଇଁ ଯାଇଥିଲେ । ସେଠାରୁ ସୁଟିଂ ସାରି ଏକ ଗାଡ଼ିରେ ଫେରୁଥିବା ବେଳେ ବାରମୁଲ୍ଲା ଅଞ୍ଚଳରେ ଦୁଇ ଜଣ ଆତଙ୍କବାଦୀ ଜାତୀୟ ରାଜପଥରେ ଯାଉଥିବା ଗାଡ଼ିଗୁଡିକ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ ।ଆତଙ୍କବାଦୀଙ୍କୁ ପୁଲିସ ପାଲଟା ଜବାବ ଦେବା ବେଳେ ସେହି ରାସ୍ତାରେ କିଛି ସମୟ ଉଭୟପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିଲା । ଅନ୍ୟପଟେ ଅନୁଭବଙ୍କ ଗାଡ଼ିକୁ ଜୋରରେ ସେହି ଅଞ୍ଚଳରୁ ନେଇ ଯିବା ପାଇଁ ଡ୍ରାଇଭର ଉଦ୍ୟମ କଲା ବେଳେ ଗାଡ଼ିର ବ୍ରେକ୍ ଫେଲ୍ ହୋଇଯାଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ।ସେହି ସମୟରେ ଗାଡ଼ିରେ ଅନୁଭବଙ୍କ ସହିତ କ୍ୟାମେରା ମ୍ୟାନ୍ ରବିନ୍ଦ୍ର ବେହେରା, ମେକଅପ୍ ମ୍ୟାନ ରାଜକିଶୋର ବେହେରା, ସୁଜିତ ଦଳେଇ ଥିବା ବେଳେ ଅନ୍ୟ ଏକ ଗାଡ଼ିରେ ନିର୍ଦ୍ଦେଶକ ତାପସ ସରଘରିଆଙ୍କ ସହ ଅନ୍ୟ ୫ ଜଣ ଥିଲେ ।ସୌଭାଗ୍ୟବଶତଃ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଅନୁଭବ ।

loading...

Leave A Reply

Your email address will not be published.