ଭୁବନେଶ୍ବର : ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡି ଉପରେ ଆକ୍ରମଣ ହୋଇଛି । ଆଜି ନିର୍ବାଚନ ପ୍ରଚାର ପରେ ଫେରୁଥିବା ବେଳେ ଝାରପଡା କେନାଲ ରୋଡରେ ଅନନ୍ତଙ୍କ ଗାଡି ଉପରେ କିଛି ଦୃବୁର୍ତ୍ତ ଅଚାନକ ଆକ୍ରମଣ କରିଥିଲେ । ଏପରିକି ଗାଡି ଉପରକୁ ବମ ପକାଇଥିବା ଅଭିଯୋଗ ଆଣିଛନ୍ତି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା । ଏହି ଆକ୍ରମଣରେ ଅନନ୍ତ ଗୁରୁତର ଆହତ ହୋଇଛନ୍ତି । ଏଥିରେ ଅନନ୍ତଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ଅନନ୍ତଙ୍କ ସହ ତାଙ୍କ ସହଯୋଗୀ ମଧ୍ୟ ଆହତ ହୋଇଛନ୍ତି ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’