Breaking

ପରଲୋକରେ ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରୱାଲ

0

ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା ତଥା ପାଟକୁରା ବିଧାୟକ ବେଦ ପ୍ରକାଶ ଅଗ୍ରୱାଲଙ୍କର ଭୋର ସମୟରେ ଆଜି ପରଲୋକ ଘଟିଛି। ଗତକିଛି ଦିନ ଧରି ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୮୨ ବର୍ଷ ହୋଇଥିଲା। ୨୦୦୯ ଏବଂ ୨୦୧୪ରେ ପାଟକୁରାରୁ ବିଧାୟକଭାବେ ନିର୍ବାଚିତ ହୋଇଥିଲେ। ସେ ଚଳିତ ଥର ବି ପାଟକୁରା ବିଧାନସଭାଲାଗି ବିଜେଡି ଟିକେଟରେ ନିର୍ବାଚନ ଲଢ଼ୁଥିଲେ । ଏଠାରୁ ବିଜେପିର ପ୍ରାର୍ଥୀଭାବେ ବରିଷ୍ଠ ନେତା ବିଜୟ ମହାପାତ୍ର ନିର୍ବାଚନ ଲଢ଼ୁଥିଲେ।ବେଦ ପ୍ରକାଶ ଅଗ୍ରୱାଲ ରାଜ୍ୟ ସରକାରରେ ଅର୍ଥମନ୍ତ୍ରୀ ମଧ୍ୟ ଥିଲେ । ତାଙ୍କର ବିୟୋଗରେ ପାଟକୁରାରେ ଶୋକର ଛାୟା ଖେଳିଯାଇଛି ।

loading...

Leave A Reply

Your email address will not be published.