Breaking

ଅଟଳ ବିହାରୀଙ୍କ ସର୍ବଦଳୀୟ ସ୍ମୃତି ସଭା ଆଜି ! ଯୋଗ ଦେବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର :ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିରେ ଆୟୋଜିତ ହେବ ସର୍ବଦଳୀୟ ପ୍ରାର୍ଥନା ସଭା । ଅପରାହ୍ନ ୫ଟାରେ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ ଏହି ସଭା ।ଏହି ପ୍ରାର୍ଥନା ସଭାରେ ସମସ୍ତ ଜନସାଧାରଣ, ବୁଦ୍ଧିଜିବୀ ଓ ସମସ୍ତଦଳର ନେତା ଓ କର୍ମୀମାନଙ୍କୁ ଉପସ୍ଥିତ ରହିବାକୁ ବିଜେପି ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ଓ ବିଭିନ୍ନ ଦଳର ନେତାମାନଙ୍କୁ ଏଥିରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି ।ଗତକାଲି କେନ୍ଦ୍ର ମନ୍ତ୍ରୀ ଜୁଏଲ୍‌ ଓରାମ ଓ ବିଜେପି ଉପସଭାପତି ସମୀର ମହାନ୍ତି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରିଥିଲେ। ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ ଏଥିରେ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି। ଗତକାଲି ପୁରୀ ମହୋଦଧିରେ ଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ । ପାରମ୍ପରିକ ପୂଜାପାଠ ପରେ ବାଜପେୟୀଙ୍କ ଚିତାଭସ୍ମକୁ ପୁରୀ ମହୋଦଧିରେ ବିସର୍ଜନ କରାଯାଇଛି ।

loading...

Leave A Reply

Your email address will not be published.