ଭୁବନେଶ୍ୱର: ବିଧାୟକ ପଦରୁ ଇସ୍ତଫା ଦେଲେ ବିଧାୟକ ଦିଲୀପ ରାୟ। ସେ ବିଜେପି ଟିକେଟ୍ରେ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ। ଆଜି ବିଧାନସଭାରେ ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ସେ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତାଙ୍କର ଇସ୍ତଫାପତ୍ରକୁ ବାଚସ୍ପତି ଗ୍ରହଣ କରିଛନ୍ତି।ତେବେ ବିଜେପିରୁ ମଧ୍ୟ ଇସ୍ତଫା ଦେଇଥିବା ନେଇ ଜଣାପଡ଼ିଛି। ଏଥିସହିତ ଅାସନ୍ତା ୨୦୧୯ ବିଧାନସଭା ନିର୍ବାଚନରେ ରାଉରକେଲାରୁ ନ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି।ତିନି ପୃଷ୍ଠାର ଇସ୍ତାଫା ପତ୍ର ସେ ପ୍ରଦାନ କରିଛନ୍ତି । ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଅବଗତ କରାଇଛନ୍ତି । ସେ କହିଛନ୍ତି, ମାଟି ଆଗ, ପାର୍ଟି ପରେ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’