Breaking

ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର

0

ଭୁବନେଶ୍ବର:ବାରଙ୍ଗର ରତାଗଡ ନୂଆସାହିଠାରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଟାଟା ଟ୍ରଷ୍ଟ ସହାୟତାରେ ଏହା ନିର୍ମାଣ କରାଯିବ । ମୁମ୍ବାଇ ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲ ଢାଞ୍ଚାରେ ଏହି କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର ନିର୍ମାଣ ହେବ ବୋଲି ଜଣାପଡିଛି ।
ସୂଚନା ଅନୁଯାୟୀ, ଏହି ହସ୍ପିଟାଲର ପରିଚାଳନା ଦାୟିତ୍ଵ ଟାଟା ଟ୍ରଷ୍ଟ ହାତରେ ରହିବ । ୫୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ରାଡିଏଶନ ଥେରାପି, କେମୋଥେରାପି ଭଳି ଅତ୍ୟାଧୁନିକ ସେବା ଯୋଗାଇ ଦିଆଯିବ । ୨୫ଏକର ଜମିରେ ଏହି କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର ନିର୍ମିତ ହେବ । ଏଥିପାଇଁ ରାଜ୍ୟ ସରକାର ଜମି ଯୋଗାଇ ଦେଇଛନ୍ତି । ଆଜି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଟାଟା ଟ୍ରଷ୍ଟର ଚେୟାରମ୍ୟାର ରତନ ଟାଟା, ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଥିଲେ ।

loading...

Leave A Reply

Your email address will not be published.