Breaking

ବାହୁଡିଲେ ମହାବାହୁ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଶ୍ରୀମନ୍ଦିର ଆଗରେ ଲାଗିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ମା’ ସୁଭଦ୍ରାଙ୍କ ଦର୍ପଦଳନ ଓ ଜଗତର ନାଥ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ୯ ଦିନର ଲୀଳାଖେଳା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡି ଆସିଛନ୍ତି ମହାବାହୁ । ସନ୍ଧ୍ୟା ପୂର୍ବରୁ ତିନିଠାକୁରଙ୍କ ରଥ ସିଂହଦ୍ୱାର ସାମ୍ନାରେ ପହଞ୍ଚିଛି । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ଘରୁ ବଡଦେଉଳ ଅଭିମୁଖେ ଫେରିଆସିଛନ୍ତି ମହାପ୍ରଭୁ ।କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଆଜି ଶେଷ ହୋଇଛି ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ବାହାରି ଆସିଥିଲେ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ ।

loading...

Leave A Reply

Your email address will not be published.