Breaking

ଆକାଶମାର୍ଗରୁ ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ତିତଲି ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆକାଶ ମାର୍ଗରୁ ଗଜପତି, ଗଞ୍ଜାମ ଓ ରାୟଗଡା ୩ଟି ଜିଲ୍ଳାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଯାଇ ମୁଖ୍ୟମନ୍ତ୍ରୀ ଏହି ଜିଲ୍ଲାର ବିଭିନ୍ନ ଅଂଚଳ ଆକାଶ ମାର୍ଗରୁ ଦେଖିଛନ୍ତି।ମୁଖ୍ୟମନ୍ତ୍ରୀ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚି ଭୁବନେଶ୍ୱର ଫେରିବା ପରେ ପ୍ରଭାବିତ ଅଞ୍ଚଳର ପୁନରୁଦ୍ଧାର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ବୋଲି ଗଣମାଧ୍ୟମରେ କହିଛନ୍ତି । ସେହିପରି ଶନିବାର ମନ୍ତ୍ରିସ୍ତରୀୟ ଏକ କିମିଟି ତିତଲି ପ୍ରଭାବିତ ଅଞ୍ଚଳରେ ପହଞ୍ଚି ସ୍ଥିତି ପରଖିବା ଆରମ୍ଭ କରିଛନ୍ତି ।ଅନ୍ୟପଟେ କନ୍ଧମାଳ ଯାଇ ସ୍ଥିତି ଅନୁଧ୍ୟାନ କରିବାକୁ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ରମେଶ ମାଝୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରିଲିଫ୍‌ ଓ ଉଦ୍ଧାର କାର୍ଯ୍ଯ ସେମାନେ ତଦାରଖ କରିବେ ।ଅନ୍ୟପଟେ ଗଜପତି ପାହାଡ଼ ଧସିବା ସ୍ଥଳକୁ ଉପଜିଲ୍ଲାପାଳ, ଏସପି ଓ ଡାକ୍ତରୀ ଦଳ ଯାଉଥିବା ନେଇ ସେ ସୂଚନା ଦେଇଛନ୍ତି। ତେବେ ବଡ଼ ବଡ଼ ଗଛ ପଡ଼ି ରାସ୍ତା ଅବରୋଧ ହୋଇ ରହିଥିବାରୁ ଘଟଣାସ୍ଥଳରେ ପହଞ୍ଚିବା ବିଳମ୍ବ ହେଉଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।

loading...

Leave A Reply

Your email address will not be published.