ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଓଡ଼ିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:
କୋଭିଡ଼ ରୋଗୀ ଙ୍କ ଚିକିତ୍ସା ପାଇଁ ଯାଜପୁର ରେ ଘରୋଇ ସହାୟତା ରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲା ର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବା କୁ ପଡିବ ନାହିଁ ।ଯାଜପୁର ର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ଼ ହସ୍ପିଟାଲ ଭାବରେ କାମ କରିବ ଏବଂ ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସା ର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଵେ ।ଏହି ହସ୍ପିଟାଲରେ 150 ଟି ଅକ୍ସିଜେନ ସଯୁକ୍ତ ବେଡ଼୍ ସହିତ 50ଟି ICU ବେଡ଼୍ ମଧ୍ୟ ରହିବ ।