Breaking

ୟୁକ୍ରେନ୍‌ରୁ ଫେରିଲେ ୭୭ ଓଡିଆ ଛାତ୍ରଛାତ୍ରୀ

ବିମାନବନ୍ଦରରେ ପିଲାଙ୍କ ଓ ପରିବାରର :ଖୁସିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

0

ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଆଜି ଅନ୍ତ ଘଟିଛି । ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ବସ୍ତି ।ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଆଜି ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ।
ଓଡିଶା ଫେରିଆସିଥିବା ଛାତ୍ରଛାତ୍ରୀ ମାନଙ୍କ ପରିବାରର ଏହି ଆନନ୍ଦମୟ ମୁହୂର୍ତ୍ତରେ ବିମାନବନ୍ଦରରେ ସେମାନଙ୍କ ସହ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନ ଆଜି ନୂଆଦିଲ୍ଲୀରୁ ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ନେଇ ସଂଧ୍ୟା ୦୫.୩୦ ମିନିଟରେ ଭୁବନେଶ୍ବରରେ ପହଞ୍ଚିଥିଲା । ଯୁଦ୍ଧ ଅଞ୍ଚଳରୁ ଫେରିଆସିଥିବା ପିଲାମାନଙ୍କୁ ପାଖରେ ପାଇ ବାପା ମାଙ୍କ ଆଖିରୁ ଝରିପଡିଥିଲା ଆନନ୍ଦର ଅଶ୍ରୁ ହୃଦୟରେ ଆସିଥିଲା ଆଶ୍ବସ୍ତି । ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବସନା ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବାପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ନିରାପଦ ଉଦ୍ଧାର କରାଯାଇଥିଲା । ଏତଦ୍‌ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଏବଂ ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ପିଲାମାନଙ୍କ ସହିତ ଆଲୋଚନା କରିଥିଲେ ।

loading...

Leave A Reply

Your email address will not be published.