ଭୁବନେଶ୍ବର:ନିର୍ବାଚନ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସମସ୍ତ ରାଜନିତିକ ଦଳ ରହିବେ ନିର୍ବାଚନ ଆୟୋଗଙ୍କ ସ୍କାନରରେ। ଏହାକୁ ଦୃଷ୍ଟିରେ ରଖି ଏପରି ବ୍ୟବସ୍ଥା କରାଯାଇଛି।୨୦୧୯ ସାଧାରଣ ନିର୍ବାଚନ ଶେଷ ପର୍ଯ୍ୟନ୍ତ ଏହି କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ ବୋଲି ଜଣାପଡିଛି । ଜନସାଧାରଣଙ୍କ ନିମନ୍ତେ ଏକ ନମ୍ବର ଜାରି କରାଯାଇଛି। ନିର୍ବାଚନ ସମ୍ପର୍କିତ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସମ୍ପର୍କିତ ଅଭିଯୋଗ ୦୬୭୪୨୩୯୫୦୧୫ ନମ୍ବରରେ କରିପାରିବେ। ଅଭିଯୋଗ ପାଇବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।୨୦୧୯ ସାଧାରଣ ନିର୍ବାଚନ ପାଇଁ ସମସ୍ତ ଦଳ ଗୁଡିକର ସମରସଜ୍ୟା ଚାଲିଥିବା ବେଳେ ଆଇନ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେବା ସହ ଯେପରି କୌଣସି ଦଳ ଆଚରଣ ବିଧି ଉଲଂଘନ ନ କରନ୍ତି ସେନେଇ ଅଧିକ ନଜର ରଖାଯାଉଛି।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’