Breaking

ସ୍ଥିତି ଅଣାୟତ

ରାଜ୍ୟରେ ପୁଣି ୧୪ ପଜିଟିଭ ଚିହ୍ନଟ । ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଅସମ୍ଭାଳ ହେଲାଣି ସ୍ଥିତି। ରାଜ୍ୟରେ ଆଜି ପୁଣି ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁନ୍ଦରଗଡ, ଭଦ୍ରକ ଏବଂ ଗଂଜାମ ଜିଲ୍ଲାରୁ ବୋଲି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

loading...

Leave A Reply

Your email address will not be published.