Breaking

ସୁସ୍ଥ ହେଉଛନ୍ତି ଆକ୍ରାନ୍ତ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ରାଜ୍ୟରେ ବଢୁଛି ସୁସ୍ଥଙ୍କ ସଂଖ୍ୟା। ଯଦିଓ ଦିନକ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ତତ୍ ସଂଗେ ସଂଗେ ଆକ୍ରାନ୍ତ ସୁସ୍ଥ ମଧ୍ୟ ହେଉଛନ୍ତି। ରାଜ୍ୟର ୧୫ଟି ଜିଲ୍ଲାରୁ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦେଇଛନ୍ତି । ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୧୨୬ରେ ପହଞ୍ଚିଛି ।ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ ଜଣ, ଗଂଜାମ ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ ଓ ଯାଜପୁର ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ଜଗତ୍‌ସିଂହପୁର ଜିଲ୍ଲାରୁ ୨-୨ ଜଣ, କଟକ, ଢେଙ୍କାନାଳ, ମାଲକାନଗିରି, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

loading...

Leave A Reply

Your email address will not be published.