Breaking

ପୁଣି ଜଣେ ବିଧାୟକ ଆକ୍ରାନ୍ତ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ପଟାଙ୍ଗୀ ବିଧାୟକ ପୀତମ ପାଢ଼ୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଗତକାଲି ଆଂଟିଜେନ୍ ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଥିବ ବେଳେ ସେ ଏବେ ଘରୋଇ ସଂଗରୋଧ କେନ୍ଦ୍ରରେ ସୁସ୍ଥ ଥିବା ନେଇ ସୂଚନା ଦେଇଛନ୍ତି । ପୂର୍ବରୁ ରାଜ୍ୟର ୮ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ବେଳେ ତାଲିକାରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ସଂକ୍ରମିତ ହୋଇଛନ୍ତି । ବରଗଡ଼ ସାଂସଦ ସୁରେଶ ପୂଜାରୀ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ସଂକ୍ରମିତ ହୋଇଥିଲେ । ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ।

loading...

Leave A Reply

Your email address will not be published.