Breaking

ମହାନଦୀ ପୋଲ ଉପରୁ ବସ ଖସିବା ଘଟଣା: ୭ ମୃତ, ୩୦ରୁ ଅଧିକ ଆହତ

0

କଟକ:କଟକ ମହାନଦୀ ପୋଲରୁ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ ଖସିପଡ଼ିବା ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାଥମିକ ଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଟ୍ୱିଟ୍ ଜରିଆରେ ମୃତ୍ୟୁ ସଂଖ୍ୟା ସ୍ପଷ୍ଟ କରିଛନ୍ତି। ସେହିପରି ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତେବେ ତିନି ଘଣ୍ଟାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଥିବା ପୋଲିସ କମିଶନର ସତ୍ୟଜିତ୍ ମହାନ୍ତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯାତ୍ରୀବାହୀ ବସ ‘ଜଗନ୍ନାଥ’ ଜଗତପୁର ଠାରେ ମହାନଦୀକୁ ଖସିପଡ଼ିଛି। ସୂଚନା ଅନୁସାରେ ଚାଳକ ପୋଲ ଉପରେ ବସ ଯାଉଥିବା ବେଳେ ଏକ ମଇଁଷିକୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା। ଅଗ୍ନିଶମ ବିଭାଗ ଦ୍ୱାରା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସମସ୍ତଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ବସ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳକୁ ପହଞ୍ଚିବା ପାଇଁ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ନିର୍ଦ୍ଦେଶ ଦେଇଛନ୍ତି।

loading...

Leave A Reply

Your email address will not be published.