ଭୁବନେଶ୍ୱର: ଓ଼ଡିଶା ମୁହାଁ ବାତ୍ୟା ଫୋନି । ଏହା ଅତି ଭୟଙ୍କର ବାତ୍ୟାର ରୂପ ନେବ । ଫୋନି ଏବେ ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ଗତି କରୁଛି । ଚେନ୍ନାଇଠାରୁ ୬୯୦ କିଲୋମିଟର ଓ ଆନ୍ଧ୍ରପ୍ରଦେଶ ମଛଲିପଟନମ୍ଠାରୁ ୭୬୦ କିଲୋମିଟର ଦୂରରେ ରହିଛି ବାତ୍ୟା ଫୋନି ।ଏନେଇ କୌଣସୀ ସ୍ପଷ୍ଟ ଚିତ୍ର ମିଳିନଥିଲେ ମଧ୍ୟ ଏହା ପୁରୀ ଏବଂ ସାତପଡା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଏସଆରସି ବିଷ୍ଣୁପଦ ସେଠୀ କହିଛନ୍ତି ।ତିନି ତାରିଖ ରାତି କିମ୍ବା ୪ ତାରିଖ ସକାଳେ ଏହା ମାଡ଼ ହେବାର ସମ୍ଭାବନା ରହିଛି । ମେ’ ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।ତେଣୁ ଓଡ଼ିଶାରେ ସତର୍କତା ଅବଲମ୍ବନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’