Breaking

ବିଜେଡିରୁ ବିଦା ହେଲେ ଡା.ଦାମୋଦର ରାଉତ

0

ଭୁବନେଶ୍ୱର :ଶେଷରେ ଦଳରୁ ବହିଷ୍କାର ହୋଇଛନ୍ତି ବିଜେଡିର ବରିଷ୍ଠ ନେତା ଦାମୋଦର ରାଉତ। ତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । କିଛି ଦିନ ହେଲା ଦାମ ସରକାରୀ ବିରୋଧୀ ମନ୍ତବ୍ୟ ଦେବା ସହ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହୋଇଥିଲା । ବିଜୁ ଜନତା ଦଳ ସଂପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଏହା ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ ଗତ କିଛି ଦିନ ହେବ ଦଳ ଓ ସରକାର ବିରୋଧୀ ବୟାନ ଦେଇ ଚର୍ଚ୍ଚାରେ ରହିଥିଲେ ଦାମୋଦର। ଚାରା, ଓମ୍‌ଫେଡ୍‌, ସମବାୟ, ସ୍ୱାସ୍ଥ୍ୟ ବିଭାଗରେ କେଳେଙ୍କାରୀ ହୋଇଛି ବୋଲି ଅଭିଯୋଗ ଆଣି ଗଣମାଧ୍ୟମ ସାମ୍ନାରେ ଗର୍ଜୁଥିଲେ । ଠିକ୍‌ ଏମିତି ଏକ ସମୟରେ ଜିଲ୍ଲା ବିଜେଡି ସଭାପତି ବିଷ୍ଣୁ ଦାସ ଦାମଙ୍କୁ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଟିଟୋ ସହିତ ଯୋଡିଥଲେ । ନବୀନଙ୍କୁ ଦେଇଥିବା ଅଭିଯୋଗ ଜରିଆରେ କହିଛନ୍ତି, ଟିଟୋ ଲିଙ୍କ୍‌ରେ ଗିରଫ ହୋଇଥିବା ବାପୁ ପରିଡା ସପକ୍ଷରେ ମନ୍ତବ୍ୟ ଦେଇଥିଲେ ଦାମୋଦର।

loading...

Leave A Reply

Your email address will not be published.