Breaking

ପରଲୋକରେ ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ର : ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର:ପରଲୋକରେ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଡା ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ର । ସେ ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନେହଲତା ମହାପାତ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ।ତାଙ୍କ ବିୟୋଗ ଖବରପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାମ ରାଉତଙ୍କ ବାସଭବନରେ ପହଞ୍ଚି ତାଙ୍କୃୁ ଶ୍ରଦ୍ଧାଞ୍ଜଳି ଜଣାଇ ଶେଷ ଦର୍ଶନ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସେଠାରେ ସେ ସେହ୍ନଲତା ମହାପାତ୍ରଙ୍କ ମୃତ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନେତା ଦାମ ରାଉତଙ୍କ କିଛି ସମୟଧରି କଥାବାର୍ତ୍ତା ବି କରିଥିଲେ।ଖାଲି ନବୀନ ପଟ୍ଟନାୟକ ନୁହନ୍ତି , ବରଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଏବଂ ଭାଜପା ବିଧାୟକ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ନେତା ସେଠାରେ ପହଞ୍ଚିଥିଲେ। ଏହି ସମୟରେ ଦାମବାବୁଙ୍କ ପୁଅ ସମ୍ବିତ ରାଉତରାୟ ବି ଉପସ୍ଥିତ ଥିଲେ।

loading...

Leave A Reply

Your email address will not be published.