Breaking

ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

0

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।୧୯୮୦ରୁ ୧୯୯୦ ପର୍ଯ୍ୟନ୍ତ ସେ କଟକ ସଦର ନିର୍ବାଚନ ମଣ୍ଡଳୀରୁ ୨ଥର ବିଧାୟକ ଥିଲେ। ଏଥିସହ ନଗର ଉନ୍ନୟନ ମନ୍ତ୍ରୀ ଭାବେ ୧୯୮୯ରୁ ୧୯୯୦ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ। ମହାତ୍ମା ଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦୋଳଗୋବିନ୍ଦ ୧୯୪୨ ମସିହାରେ ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ। ସ୍ୱାଧୀନତା ସଂଗ୍ରାମ ପାଇଁ ସେ କଟକ ଓ ବ୍ରହ୍ମପୁର ସେଣ୍ଟ୍ରାଲ ଜେଲ୍‌ରେ ୩ବର୍ଷ ୨ମାସ ଧରି ଜେଲ୍‌ ଦଣ୍ଡ ମଧ୍ୟ ଭୋଗିଥିଲେ।ସୋମବାର ଅପରାହ୍ନ ୫ଟା ସମୟରେ ପୈତୃକ ବାସଭବନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଅନେକ ସ୍ବାଧୀନତା ସଂଗ୍ରାମୀ, ବିଶିଷ୍ଟ ବ୍ୟକ୍ତି ବିଶେଷ ଓ ରାଜନେତା ତାଙ୍କର ଶେଷ ଦର୍ଶନ କରିଛନ୍ତି।

loading...

Leave A Reply

Your email address will not be published.