ଭୁବନେଶ୍ବର : ଜାକର୍ତ୍ତାରେ ଅନୁଷ୍ଠିତ ଏସୀୟ କ୍ରୀଡ଼ାରେ ଗତକାଲି ରୌପ୍ୟ ପଦକ ହାସଲ କରିଥିବା ଧାବିକା ଦୂତି ଚାନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଦେଢ଼ କୋଟି ଟଙ୍କାର ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି । ସୋମବାର ଏହି ଘୋଷଣା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କରିଛି। ଇଣ୍ଡୋନେସିଆର ଜାକର୍ତ୍ତାରେ ଖେଳାଯାଉଥିବା ୨୦୧୮ ଏସୀୟ କ୍ରୀଡାରେ ଗତାକାଲି ୧୦୦ ମିଟର ଦୌଡ଼ର ମହିଳା ବିଭାଗରେ ଦୂତି ରୌପ୍ୟ ପଦକ ହାସଲ କରିଛନ୍ତି । ସେ ୧୧.୩୨ ସେକେଣ୍ଡରେ ଏହି ଦୂରତାକୁ ଅତିକ୍ରମ କରିଥିଲେ ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’