କଟକ: କଟକ ବାରଙ୍ଗ ଥାନା ଅନ୍ତର୍ଗତ ଗୋଡ଼ିସାହି ନେତଲ ଛକରେ ହୋଇଥିବା ଗୁଳିମାଡ଼ ଘଟଣାରେ ଆହତ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁନୀଲ ରଞ୍ଜନ ସାହୁ। ସେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କର୍ମଚାରୀ।
ଆଜି ସକାଳେ ୨ ଜଣ ଦୁର୍ବୃତ୍ତ ସୁନୀଲଙ୍କୁ ୩ ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ। ତାଙ୍କ ମୁଣ୍ଡ, ଛାତି ଓ ହାତରେ ଗୁଳି ବାଜିଥିଲା।ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର୍ ହୋଇଯାଇଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’