ଭୁବନେଶ୍ବର : ପଦ୍ମ ଧରିଲେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ। ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଗତ ୨୦ ତାରିଖରେ ପ୍ରତ୍ୟୁଷା ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ । ସେ ତାଙ୍କ ଇସ୍ତଫା ପତ୍ରରେ ନୟାଗଡ ବିଧାୟକ ଅରୁଣ ସାହୁ ଏବଂ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖଙ୍କ ଉପରେ ବର୍ଷିଥିଲେ । ଏପରିକି ଅରୁଣ ତାଙ୍କୁ ହଇରାଣ କରୁଥିବା ସେ କହିଥିଲେ । ତେବେ ସେ କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା । ଏବଂ ଏନେଇ ପିସିସି ସଭାପତି ନିରଂଜନ ପଟ୍ଟନାୟକ ମଧ୍ୟ ସୂଚନା ଦେଇଥିଲେ । ତେବେ ସେ ବିଜେପିରେ ଯୋଗ ଦେବା ପରେ କଂଗ୍ରେସର ଆଶା ମଉଳି ଯାଇଛି । କାରଣ ଦୁଇଦିନ ତଳେ ପିସିସି ମୁଖିଆ ନିରଂଜନ ପ୍ରତ୍ୟୁଷା କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ଦେଇଥିଲେ । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ଏବଂ ନୟାଗଡ଼ ବିଜେପି ପ୍ରାର୍ଥୀ ଇରାନୀ ରାୟ ପ୍ରମୁଖ ଉପସ୍ଥିତ ଥିଲେ।
Breaking
Managing Life with High LDL Cholesterol: What You Need to KnowIIMT’s Commitment to International Collaboration and Academic ExcellenceMahindra Launches XUV 3XO ‘REVX’ Series Starting at ₹ 8.94 LakhGalaxy Unpacked July 2025: How to Watch Live Streamରହସ୍ୟ ଉପରୁ ପରଦା ହଟିଲା ଅନୁପମ ପଟ୍ଟନାୟକଙ୍କ ଆଗାମୀ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’