Breaking

କେରଳ ବନ୍ଯା ଉଦ୍ଧାରକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର:ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥାର କର୍ମଚାରୀମାନେ କେରଳରେ ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କୁ ସଚିବାଳୟରେ ସମ୍ବର୍ଦ୍ଧିତ କରିଛନ୍ତି ।ଏଥିସହ ଫାୟାର ୱେଲଫେୟାର ଫଣ୍ଡ୍‌କୁ ୨୫ ଲକ୍ଷ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକବି.କେ ଶର୍ମା । ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ଟିମ୍‌ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।ମୁଖ୍ୟମନ୍ତ୍ରୀ ସେମାନଙ୍କୁ ରୂପା ତାରକସିର ଏକ ଉପହାର ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ଅସିତ ତ୍ରିପାଠୀ ଯୋଗ ଦେଇଥିଲେ ।

loading...

Leave A Reply

Your email address will not be published.