Breaking

ଓଡିଶାରେ ୧୪ ଦିନିଆ ଲକଡାଉନ୍ : ଜାଣନ୍ତୁ କ’ଣ ରହିବ ଖୋଲା ଓ କ’ଣ ବନ୍ଦ…

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ପୁଣି ସବୁ ଲକ୍।କରୋନା ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ। ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ କରାଯାଇଛି ୧୪ ଦିନିଆ ଲକଡାଉନ୍ ।
ତେବେ ନଜର ପକାଇବା ଲକଡାଉନ୍ ବେଳେ କଣ ଖୋଲା ରହିବ ଓ କଣ ବନ୍ଦ –

ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ । ଜରୁରୀ ସେବାକୁ ବାଦ୍ ଦେଇ ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ ।

ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ । ରାସ୍ତା କଡ ଗ୍ୟାରେଜ୍ ମଧ୍ୟ ଖୋଲା ରହିବ ।ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ। କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ । ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ । ଅଟୋ ରିକ୍ସା, ସେଲୁନ, ସ୍ପା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ ।

loading...

Leave A Reply

Your email address will not be published.