Breaking

ପ୍ରବଳ ବର୍ଷିବ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଲଘୁଚାପ ପ୍ରଭାବରେ ୮ ତାରିଖରେ ବର୍ଷା ହେବ। ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା କରିଥିବାବେଳେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୧୦ରୁ ୧୨ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।କେନ୍ଦ୍ରର ନିର୍ଦ୍ଦେଶକ ଏଚଆର୍ ବିଶ୍ବାସଙ୍କ ସୂଚନା ଅନୁଯାୟୀ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨ ଦିନ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ଓଡ଼ିଶାକୁ ମୌସୁମୀର ଆଗମନ ନେଇ ଅନୁକୂଳ ପରିବେଶ ସୃଷ୍ଟି କରିବ। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହେବ। କିନ୍ତୁ ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

loading...

Leave A Reply

Your email address will not be published.