Breaking

କାର୍ଯ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଉଛି ମୋ ସ୍କୁଲ୍‌: ସୁସ୍ମିତା ବାଗ୍‌ଚୀ

0

* ସ୍କୁଲ୍‌ର ଦୀର୍ଘକାଳୀନ ବିକାଶ ପ୍ରକ୍ରିୟାରେ ଗୋଷ୍ଠୀ ସହଭାଗିତାକୁ ଗୁରୁତ୍ୱ

*ପିଲାଙ୍କ ପଢିବା ଅଭ୍ୟାସ ବଢାଇବାକୁ ପୁରାତନ ଛାତ୍ରଛାତ୍ରୀଙ୍କ ସହ କାମ କରିବ ମୋ ସ୍କୁଲ୍‌

*ଭଲ ପ୍ରଦର୍ଶନ କରୁଥିବା ଶିକ୍ଷକଙ୍କୁ ମିଳିବ ପୁରସ୍କାର

* ପୁରାତନ ଛାତ୍ରଛାତ୍ରୀଙ୍କର ଡାଟାବେସ୍‌ ପ୍ରସ୍ତୁତ କରିବେ ସ୍କୁଲ୍‌

ମୋ ସ୍କୁଲ୍‌ ଅଭିଯାନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଏକ ସଫଳ ନିଦର୍ଶନ । ମୋ ସ୍କୁଲ୍‌ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି ଏବଂ ଏହି ଅଭିଯାନ ମାଧ୍ୟମରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଉଦାହରଣ ସୃଷ୍ଟିକରିଛି । ମୋ ସ୍କୁଲ୍‌ ସହ ଲୋକଙ୍କର ଯେଉଁ ବିଶ୍ୱାସ ଓ ଭରସା ଯୋଡ଼ି ହୋଇରହିଛି ତାହାକୁ ଧରିରଖିବା ଆମ ଦାୟିତ୍ୱ । ଆଗାମୀ ଦିନରେ ଏହି ଅଭିଯାନକୁ ଆହୁରି ବ୍ୟାପକ କରିବା ଏବଂ ଓଡ଼ିଶାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପହଞ୍ଚିବା ପାଇଁ ଆମର ପ୍ରୟାସ ଜାରି ରହିଛି ଓ ରହିବ । ଅଧିକରୁ ଅଧିକ ପୁରାତନ ଛାତ୍ରଛାତ୍ରୀଙ୍କୁ କିଭଳି ମୋ ସ୍କୁଲ୍‌ ମାଧ୍ୟମରେ ସେମାନେ ପଢିଥିବା ବିଦ୍ୟାଳୟ ସହ ଯୋଡ଼ାଯାଇ ପାରିବ ତାହା ଆମର ପ୍ରାଥମିକତା ରହିବ ବୋଲି ମୋ ସ୍କୁଲ୍‌ ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ କହିଛନ୍ତି।
ଶୁକ୍ରବାର ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ମୋ ସ୍କୁଲ୍‌ ଅଭିଯାନର ୯ମ ପରିଳନା ପରିଷଦ ବୈଠକରେ ଯୋଗଦେଇ ଶ୍ରୀମତୀ ବାଗ୍‌ଚୀ କହିଥିଲେ, ମୋ ସ୍କୁଲ୍‌ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତାକୁ ଦୃଷ୍ଟିରେ ରଖି ସ୍କୁଲ୍‌ସ୍ତରରେ ମନିଟରିଂକୁ ପ୍ରାଥମିକତା ଦିଆଯାଉଛି । ସ୍କୁଲ୍‌ଗୁଡ଼ିକରେ ଚାଲିଥିବା ପ୍ରକଳ୍ପଗୁଡ଼ିକ କିଭଳି ଠିକ୍‌ ସମୟରେ ଶେଷହେବ ଏବଂ ଛାତ୍ରଛାତ୍ରୀମାନେ ଯେପରି ଏହାର ସୁଫଳ ପାଇପାରିବେ ସେଥିଲାଗି ମୋ ସ୍କୁଲ୍‌ କାର୍ଯ୍ୟାଳୟ ପକ୍ଷରୁ ଏକାଧିକ ପଦକ୍ଷେପ ହାତକୁ ନିଆଯାଇଛି । ସେହିଭଳି କାର୍ଯ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତା ବଜାୟକୁ ପ୍ରାଥମିକତା ଦିଆଯାଉଥିବା ସେ କହିଥିଲେ । ବୈଠକରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଥିଲେ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ କ୍ଷେତ୍ରରେ ଦକ୍ଷ କରାଯାଉଛି । ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟସ୍ତରୀୟ ସଂସ୍ଥା ସହ ମିଳିତ ଭାବରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପାଠପଢା ସହ ପିଲାମାନଙ୍କୁ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଏବଂ ଅନ୍ୟ କ୍ଷେତ୍ରରେ ଦକ୍ଷ କରିବା ପାଇଁ ମୋ ସ୍କୁଲ୍‌ ପଦକ୍ଷେପ ନେଇଛି । ତେବେ ପ୍ରକଳ୍ପ କାର୍ଯ୍ୟର ତଦାରଖ ସହ ଜନଜାତି ଅଞ୍ଚଳରେ ଥିବା ସ୍କୁଲ୍‌ ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଶ୍ରୀ ସେଠୀ ନିର୍ଦ୍ଦେଶ ଦେଇଥିଲେ ।

loading...

Leave A Reply

Your email address will not be published.