Breaking

ଲକ୍ଷ୍ମୀ ପୂଜାରେ ଆସୁଛି ‘ପ୍ରେମରେ ରିସ୍କ ହେଲା ମତେ ଇସ୍କ’

0

ଭୁବନେଶ୍ବର:ଆସନ୍ତା ଲକ୍ଷ୍ମୀ ପୂଜାରେ ୟୁଏସ୍ ମୋସନ ପିକ୍ଚର୍ସ ଓ କେ. ମୁରଲୀ କ୍ରିଷ୍ଣା ଫିଲ୍ମସ୍‌ ମିଳିତ ସହଯୋଗରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ପ୍ରେମରେ ରିସ୍କ ହେଲା ମତେ ଇସ୍କ’ । ଏନେଇ ପ୍ରଡକ୍ସନ୍ ହାଉସ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଳଚ୍ଚିତ୍ରର ପ୍ରଯୋଜନା ଦାୟିତ୍ବରେ ରହିଛନ୍ତି ସଞ୍ଜୟ ପାତ୍ର ଓ ଉମେଶ ସାହୁ ।
ସିନେମାର ନିର୍ଦ୍ଦେଶନା ଦେଇଛନ୍ତି କେ. ମୁରଲୀ କ୍ରିଷ୍ଣା। ଡ. ରଜନୀ ରଞ୍ଜନ ସିନେମାର ସଂଳାପ ଲେଖିଥିବାବେଳେ ସଞ୍ଜୟ ଓ ସିତୁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି।Bକଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର, ଅସୀମା ପଣ୍ଡା, କୁଳଦୀପ, ଅର୍ପିତା, ସତ୍ୟଜିତ୍, ନାଭ୍ୟା, ଲିପ୍ସା, ସୁଶାନ୍ତ ପ୍ରମୁଖ କଣ୍ଠଦାନ କରିଛନ୍ତି। ସତ୍ୟାନନ୍ଦ ନାୟକ, ଉମେଶ ସାହୁ, ଏମ୍
ଜେବି ବଣ୍ଟି, ପିଣ୍ଟୁ ଗୀତ ରଚନା କରିଥିବାବେଳେ ସୁରୟନ ରଥ ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି। ନାୟକ ଶୈଳେନ୍ଦ୍ର ଓ ନାୟିକା ଦିବ୍ୟ ସିନେମାରେ ମୁଖ୍ୟ ଭୂମିକା ଅଭିନୟ କରିଥିବାବେଳେ ଟୁଲୁ, ଶୁଭ୍ରାଂଶୁ, ଚିନ୍ତାମଣୀ, ଅଞ୍ଜନା, ରବି ମିଶ୍ର, ରତନ ମେହେର, କାଳିଆ ଷଣ୍ଢ ପ୍ରମୁଖ ଅନ୍ୟାନ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ନିକଟରେ ଏହି
ସିନେମାର ଅଡିଓ ରିଲିଜ୍ ହୋଇସାରିଥିବାବେଳେ ଲକ୍ଷ୍ମୀ ପୂଜାରେ ସିନେମା ମୁକ୍ତିଲାଭ କରିବ ବୋଲି କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ କହିଛନ୍ତି।

loading...

Leave A Reply

Your email address will not be published.