Breaking

ସାବାସ୍ ପୋଲିସ୍

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି। ଲକ୍‌ଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚମାନର ସଂଯମତା ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି, ସେଥିପାଇଁ ଓଡ଼ିଶା ପୋଲିସ ବାହିନୀକୁ ଦେଇଛନ୍ତି ସାବାସି।

ଲକ୍‌ଡାଉନ ସମୟରେ ଅନ୍ୟ ରାଜ୍ୟ ଗୁଡ଼ିକର ପ୍ରବାସୀ ଶ୍ରମିକମାନେ ଓଡ଼ିଶା ମଧ୍ୟ ଦେଇ ଯିବା ସମୟରେ ସେମାନଙ୍କୁ ସହାୟତା ଯୋଗାଇବା ସହ ପୋଲିସ ବାହିନୀ ଯେଭଳି ଉତ୍ତମ ସମନ୍ୱୟ ରଖି ସଫଳତାର ସହ କାର୍ଯ୍ୟକାରୀ କଲେ ଏବଂ ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମିକ ମାନଙ୍କୁ ମାନବୀୟ ସେବା ଯୋଗାଇ ଦେଲେ, ତାହା ଓଡ଼ିଶା ପୋଲିସର ଦକ୍ଷତା ଓ ବୃତ୍ତିଗତ ଉତ୍କର୍ଷତାର ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ପୋଲିସ୍ ମାନ ଙ୍କର ଏହି ସେବେ ସଦା ସର୍ବଦା ଅବିସ୍ମରଣୀୟ ହୋଇ ରହିବ।

loading...

Leave A Reply

Your email address will not be published.