Breaking

ଫେରିଲେ ମହାମହିମ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ସନ୍ଧ୍ୟାରେ ଦିଲ୍ଲୀ ଫେରିଯାଇଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସନ୍ଧ୍ୟା ୫ଟା ୨୦ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦିଲ୍ଲୀ ଫେରିଛନ୍ତି ।ଓଡ଼ିଶା ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦାୟକାଳୀନ ସମ୍ବର୍ଦ୍ଧନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ବିଦାୟ ସମୟରେ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।

loading...

Leave A Reply

Your email address will not be published.