Breaking

ଆହୁରି ୨୪ ଘଣ୍ଟା ବର୍ଷିବ, ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

0

ଭୁବନେଶ୍ବର : ବାତ୍ୟା “ତିତଲି” ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି । ତେବେ ଏହି ବର୍ଷା ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତାକାଲି ପାଗରେ ପରିବର୍ତ୍ତନ ହେବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଥିସହ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ,ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନୁଗୁଳ ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ସୁନ୍ଦରଗଡ ଓ ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ।

loading...

Leave A Reply

Your email address will not be published.