Breaking

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ: ୨ ଆତଙ୍କୀ ନିପାତ, ୫ ଯବାନ ଗୁରୁତର

0

ଶ୍ରୀନଗର: ଆଜି ସାରା‌ ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ ଆତଙ୍କବାଦୀମାନେ ଏଥିରେ ବାଧା ସୃଷ୍ଟି କରିବା ପାଇଁ ହୀନ ଉଦ୍ୟମ ଚଳାଇଛନ୍ତି। ଶନିବାର ପୁଲୱାମା ଘାଟି, ପଂପୋର ଏବଂ ଖାନ୍‌ମୋ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟ‌ରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ସୁରକ୍ଷାକର୍ମୀମାନେ ବହୁ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ କରିବା ସହ ୨ ଆତଙ୍କବାଦୀଙ୍କ ମୃତଦେହ ଉଦ୍ଧାର କରିଥିବା ଜଣାପଡ଼ିଛି। ସୁରକ୍ଷା ଦୃଷ୍ଟିରୁ ସଂପୃକ୍ତ ଅଞ୍ଚଳକୁ ସିଲ୍ କରାଯାଇଥିବା ବେଳେ ଇଣ୍ଟର୍‌ନେଟ୍‌ ସେବାକୁ ବନ୍ଦ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଆତଙ୍କବାଦୀମାନେ କାଶ୍ମୀରର ପୁଲୱାମା ଘାଟି, ପଂପୋର ଏବଂ ଖାନ୍‌ମୋ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଉପରକୁ ଆକ୍ରମଣ କରିଥିଲେ। ଫଳରେ ସମ୍ପୃକ୍ତ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଏଥିରେ ଆତଙ୍କବାଦୀମାନେ ଭୟଭୀତ ହୋଇ ସୁରକ୍ଷାକର୍ମୀମାନଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀ ପାଲଟା ଆକ୍ରମଣ କରିବାରୁ ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଅନ୍ୟପକ୍ଷରେ ସଂପୃକ୍ତ ଅଞ୍ଚଳରେ ଆଉ କେତେକ ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀ ଆଶଙ୍କା କରୁଛନ୍ତି। ତେବେ ସେହି ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ସଂପୃକ୍ତ ଅଞ୍ଚଳକୁ ଘେରାଉ କରାଯିବା ସହ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।

loading...

Leave A Reply

Your email address will not be published.