Breaking

ସେପ୍ଟେମ୍ବର ୩୦ରେ ଆସୁଛି ଓଡିଆ ଚଳଚ୍ଚିତ୍ର ‘ତିତଲି’

0

ଭୁବନେଶ୍ବର: ବଜାରକୁ ସରଗରମ କରିବାକୁ ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ଆସୁଛି ନୂଆ ଓଡିଆ ସିନେମା ‘ତିତଲି’ l ଆଜି ଏହାର ଅଡିଓ ରିଲିଜ ହୋଇଯାଇଛି l ଅଞ୍ଜନେୟ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରଡକସନର ଏହା ପଞ୍ଚମ ଅବଦାନ ହୋଇଥିବା ବେଳେ ଏହି ସିନେମାର ଗୀତ ଗୁଡିକ ବେଶ ମନଛୁଆଁ ହୋଇଛି l ପୂର୍ବରୁ ଏହି ପ୍ରଡକ୍ସନ ବ୍ୟାନରରେ ନିର୍ମିତ ବ୍ୟାଡଗାର୍ଲ, ଧର୍ମ, ଭୈରବ, ଦେବଦାସ ଭଳି ସିନେମା ଦର୍ଶକଙ୍କ ମନକୁ ଛୁଇଁଥିବା ବେଳେ ‘ତିତଲି’ ମଧ୍ୟ ଦମଦାର ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିଛି l ପ୍ରେମ୍ ଆନନ୍ଦଙ୍କ ସଂଗୀତ ନିର୍ଦ୍ଦେଶନାରେ ‘ତିତଲି’ରେ ରହିଛି ମୋଟ ୫ଟି ଗୀତ l ଯେଉଁଥିରେ ଦିପ୍ତୀରେଖା, ସବିଶେଷ, ଅନନ୍ୟା, ଗୌରବ, ଆଶୁତୋଷ, ପ୍ରଜ୍ଞା ଏବଂ ସମୀକ୍ଷା ପ୍ରମୁଖ କଣ୍ଠଦାନ କରିଛନ୍ତି l ବସନ୍ତରାଜ ସାମଲଙ୍କ ରଚିତ ଗୀତ ଗୁଡିକ ବେଶ ଚିତାକର୍ଷକ ହୋଇଛି l ବସନ୍ତରାଜ-ପ୍ରେମ୍ ଆନନ୍ଦ୍ ଯୋଡିରେ ପ୍ରସ୍ତୁତ ଗୀତଗୁଡିକ ସିନେମାକୁ ଆହୁରି ହୃଦୟଛୁଆଁ କରିଛି l ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସଙ୍କ ପ୍ରଯୋଜିତ ଏହି ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି ଏସ କେ ମୁରଲୀଧରନ l ଦେବିଦତ୍ତ ମହାନ୍ତି ‘ତିତଲି’ର କାହାଣୀ ଲେଖିଛନ୍ତି l ଦିବ୍ୟା, ତୁଷାର, ମିହିର ଦାସ, ପ୍ରତିଭା ପଣ୍ଡା, ପ୍ରୀତିରାଜ, ହାଡୁ, ଜୀବନ ପଣ୍ଡା ପ୍ରମୁଖ ଏହି ସିନେମାରେ ଅଭିନୟ କରିଛନ୍ତି l ଭିନ୍ନ ସ୍ୱାଦର ପ୍ରେମ କାହାଣୀ ସହ ମୌଳିକ ଓଡିଆ କାହାଣୀ ଏଥିରେ ଦେଖିବାକୁ ମିଳିବ ବୋଲି କ୍ରିଏଟିଭ ହେଡ ପ୍ରଣୟ ଜେଠୀ କହିଛନ୍ତି l

loading...

Leave A Reply

Your email address will not be published.