Breaking

ଆଜି ଶିଶୁଦିବସ :ପଣ୍ଡିତ ଜବାହରଲାଲ ନେହରୁଙ୍କ ଜନ୍ମଦିନ

0

ଭବନେଶ୍ୱର: ଅାଜି ନଭେମ୍ବର ୧୪ ତାରିଖ, ଶିଶୁ ଦିବସ। ଅାମ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଆଜି ଜନ୍ମଦିନ।ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି।ଆଜି ଏହି ମହାନ ଆତ୍ମାଙ୍କର ୧୨୯ତମ ପୁଣ୍ୟ ଜୟନ୍ତୀ । ଶିଶୁମାନଙ୍କର ସୁରକ୍ଷା ଓ ସମୃଦ୍ଧି ପ୍ରତି ଯତ୍ନବାନ ଥିବା ନେହେରୁ ଶିଶୁମାନଙ୍କ ପ୍ରତି ରଷ୍ଟ୍ରୀୟ ସଚେତନତା ବୃଦ୍ଧି ପାଇଁ ନିଜ ଜନ୍ମଦିନଟିକୁ ଶିଶୁଦିବସ ଭାବରେ ନାମିତ କରିଥିଲେ ।
୧୯୬୪ ମସିହା ପୂର୍ବରୁ ଭାରତରେ ନଭେମ୍ବର ୨୦ରେ ଶିଶୁ ଦିବସ ପାଳନ କରାଯାଉଥିଲା। ତେବେ ପଣ୍ଡିତ ନେହରୁଙ୍କ ଦେହାନ୍ତ ପରେ ଅର୍ଥାତ ୧୯୬୪ ମସିହା ପର ଠାରୁ ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ଦେବାକୁ ତାଙ୍କ ଜନ୍ମଦିନ ନଭେମ୍ବର ୧୪କୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି।

loading...

Leave A Reply

Your email address will not be published.