Breaking

ଆଜି କେମିତି କଟିବ ଆପଣଙ୍କ ଦିନ :୧୧ ସେପ୍ଟେମ୍ବର ୨୦୧୮,ଜାଣନ୍ତୁ କେଉଁ ରାଶିରେ ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ

0

ମେଷ: ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭର ସୂଚନା ମିଳୁଛି। ବନ୍ଧୁ ସହାୟତା ପାଇ ଉପକୃତ ହେବେ।

ବୃଷ: ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ, ଚକ୍ଷୁ ପୀଡ଼ାଯୁକ୍ତ ହେବା ସହିତ ସାହସୀ ଓ ଜ୍ଞାନୀ ହେବେ। ମଧୁରଭାଷୀ ହେବେ।

ମିଥୁନ: ସୁଖ-ସନ୍ତୋଷ ଲାଭ କରି ପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବୋ ସହିତ ଧନ ଲାଭର ସୂଚନା ମିଳୁଛି। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ।

କର୍କଟ: ବିଶୃଙ୍ଖଳ କାର୍ଯ୍ୟକୁ ଶୃଙ୍ଖଳିତ କରିବାରେ ସିଦ୍ଧହସ୍ତ ହେବେ। କାର୍ଯ୍ୟରେ ସଫଳତା ମିଳିବ। କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ସରକାରୀ ଅର୍ଥ ମିଳିବ।

ସିଂହ: ସେବା ପୂଜାରେ ମନୋନିବେଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ।

କନ୍ୟା: ସାମାନ୍ୟ ପରିମାଣର ଲାଭବାନ ହେବେ। ଥଣ୍ଡା ଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ପଡ଼ୋଶୀଙ୍କ ପ୍ରିୟ ପାତ୍ର ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।

ତୁଳା: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ସାମୟିକ ଭାବେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି।

ବିଛା: ଯେତେ ଅସୁବିଧା ଉପୁଜିଲେ ବି କୌଣସି ମତେ କାର୍ଯ୍ୟ ଚଳାଇ ନେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ଅତୁଟ ରହିବ। ସୁସ୍ଥ, ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ।

ଧନୁ: ବିଚାର ବିମର୍ଶ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଲାଭଜନକ ହେବ।

ମକର: ବ୍ୟବସାୟରୁ ଆଶାନୁରୂପ ଲାଭ ମିଳି ଉଦାର ସ୍ୱଭାବର ହେବେ। ସୁଖୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।

କୁମ୍ଭ: ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ଭାଷାବିତ୍ ହୋଇପାରନ୍ତି। ଥଣ୍ଡା କଫ ଜନିତ ସାମାନ୍ୟ କଷ୍ଟ ଭୋଗ କରିପାରନ୍ତି। ବିବାଦରେ ବିଜୟୀ ହେବେ।

ମୀନ: କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପରମ ଭାଗ୍ୟଶାଳୀ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖପାଇ ପାରନ୍ତି। ମଧୁରଭାଷୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

loading...

Leave A Reply

Your email address will not be published.