Breaking

୮୪ ବର୍ଷରେ ସ୍ବତନ୍ତ୍ର ଓଡିଶା

0

ଭୁବନେଶ୍ୱର: ଆଜି ଉତ୍କଳ ଦିବସ, ଓଡ଼ିଶାର ଜନ୍ମଦିନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୪ ବର୍ଷ ପୂର୍ତ୍ତି ଅବସରରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଉତ୍ସବର ଆୟୋଜନ କରାଯାଇଛି। ୧୯୩୬ ମସିହା ଏପ୍ରିଲ ୧ତାରିଖରେ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା। ଉତ୍କଳ ସମ୍ମିଳନୀର ତିନି ଦଶନ୍ଧିର ଆନ୍ଦୋଳନ ପରେ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ଭକ୍ତକବି ମଧୁସୂଦନ ରାଓ, ପଣ୍ଡିତ ନୀଳକଣ୍ଠ ଦାସ, ବ୍ୟାସକବି ଫକିରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର ଓ କବିବର ରାଧାନାଥ ରାୟ ଏହି ଆନ୍ଦୋଳନର ପୁରୋଧା ଥିଲେ।

loading...

Leave A Reply

Your email address will not be published.